ମୁଖ୍ୟମନ୍ତ୍ରୀଙ୍କ ଗୋପାଳପୁର ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ।

Aug 25, 2026 - 20:44
 0  6
ମୁଖ୍ୟମନ୍ତ୍ରୀଙ୍କ ଗୋପାଳପୁର ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ।

ମୁଖ୍ୟମନ୍ତ୍ରୀଙ୍କ ଗୋପାଳପୁର ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ।

ଛତ୍ରପୁର, ତା ୨୫/୦୮/୨୬ ( ଜାଗୃତି ଖବର ) : ଚଳିତମାସ ୨୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗଞ୍ଜାମ ଜିଲ୍ଲା ଗୋପାଳପୁର ଗସ୍ତକୁ ସଫଳ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଧବଳେଶ୍ୱର ମନ୍ଦିର ପରିସର ଏବଂ ଗୋପାଳପୁରସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜ୍ ପରିସରରେ ଗସ୍ତ ସମ୍ପର୍କିତ ବିଭିନ୍ନ ପ୍ରସ୍ତୁତି ଓ ବ୍ୟବସ୍ଥାର ସ୍ଥଳ ପରିଦର୍ଶନ କରାଯାଇ ସମୀକ୍ଷା କରାଯାଇଛି।

ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଏସ୍‌ପି ଡା. ସରବଣା ବିବେକ ଏମ୍., ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର

ଜେନା, ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାରଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ରହି ସ୍ଥଳ ପରିଦର୍ଶନ କରିଥିଲେ।

ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ହେଲିପ୍ୟାଡ୍ ପ୍ରସ୍ତୁତି, ନିରାପତ୍ତା ବ୍ୟବସ୍ଥା, ଯାତାୟାତ ପରିଚାଳନା, ପାର୍କିଂ, ଅଗ୍ନିଶମ ସେବା, ବିଦ୍ୟୁତ୍‌ ଯୋଗାଣ, ପାନୀୟଜଳ ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ଆନୁଷଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଭାବେ ଅନୁଧ୍ୟାନ କରାଯାଇଥିଲା। ସମସ୍ତ ବ୍ୟବସ୍ଥା ଯେପରି କାର୍ଯ୍ୟକ୍ରମର ଅବ୍ୟବହିତ ପୂର୍ବରୁ ସମ୍ପୂର୍ଣ୍ଣ ହୁଏ ଏବଂ ଗସ୍ତ ସମୟରେ କୌଣସି ପ୍ରକାରର ଅସୁବିଧା ନ ଉପୁଜେ, ସେଥିପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଥିଲା।

ଗସ୍ତ ସମ୍ପର୍କିତ ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ ଭାବେ ସମ୍ପାଦନ ପାଇଁ ପ୍ରଶାସନ ଓ ପୁଲିସ ପକ୍ଷରୁ ମିଳିତ ଭାବେ ପ୍ରସ୍ତୁତି ଜାରି ରହିଛି। ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ ଜାଗୃତି ଖବର 

What's Your Reaction?

Like Like 1
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0