ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ଧସିଲା ମାଟି ପଥର ।

Sep 23, 2026 - 22:52
 0  11
ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ   ଧସିଲା ମାଟି ପଥର  ।

ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ଧସିଲା ମାଟି ପଥର | 

 ଗଞ୍ଜାମ , ୨୩/୦୯/୨୦୨୬ (ଜାଗୃତି ଖବର) : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ନିକଟସ୍ଥ ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ଖସିଛି ବଡ଼ ବଡ଼ ପଥର ଓ ମାଟି। ଗଭୀର ଅବପାତର ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ପାହାଡ଼ରୁ ପଥର ଖସିଥିବା ଜଣାପଡ଼ିଛି। ତେବେ ଘଟଣାକୁ ନେଇ ଅଞ୍ଚଳରେ ଚିନ୍ତା ପ୍ରକାଶ ପାଇଛି।

ବର୍ଷା ଲାଗି ରହିଥିବା ବେଳେ ତାରାତାରିଣୀ ମନ୍ଦିର ନିକଟ ପାହାଡ଼ରୁ ହଠାତ୍ ପଥର ଓ ମାଟି ଖସିଥିଲା। ପାହାଡ଼ରୁ ଖସିଥିବା ପଥର ଓ ମାଟି ରାସ୍ତା ନିକଟରେ ଜମା ହୋଇଛି।

ଘଟଣାର ସୂଚନା ପାଇ ଘଟଣାସ୍ଥଳରେ ପୁରୁଷୋତ୍ତମପୁର ତହସିଲଦାର ତଥା ତାରାତାରିଣୀ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ବିନୋଦ ବେହେରା ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ପାହାଡ଼ରୁ ଖସିଥିବା ପଥର ଓ ମାଟିକୁ ଶୀଘ୍ର ହଟାଇବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ବର୍ଷା ଜାରି ରହିଥିବାରୁ ପାହାଡ଼ ଅଞ୍ଚଳରେ ଅଧିକ ସତର୍କତା ଅବଲମ୍ବନ କରାଯାଉଛି।। 

ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ ଜାଗୃତି ଖବର ।

What's Your Reaction?

Like Like 1
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0