ଗାନ୍ଧୀ କଲେଜ ହଷ୍ଟେଲରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରେମ ଜନିତ ହତ୍ୟା ଅଭିଯୋଗ ।
ଗାନ୍ଧୀ କଲେଜ ହଷ୍ଟେଲରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରେମ ଜନିତ ହତ୍ୟା ଅଭିଯୋଗ ।
ବ୍ରହ୍ମପୁର,୨୧/୦୬(ଜାଗୃତି ଖବର ): ଗୋଳନ୍ଥରା ଥାନା ଅନ୍ତର୍ଗତ ଗାନ୍ଧୀ କଲେଜ ହଷ୍ଟେଲରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ବିସିଏ ଶେଷ ବର୍ଷ ଛାତ୍ରୀ ସ୍ମୃତି ଭଳଙ୍କୁ ହଷ୍ଟେଲ କକ୍ଷରେ ପଙ୍ଖାରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା।
ସହପାଠୀମାନେ ତୁରନ୍ତ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଘଟଣାକୁ ନେଇ ସ୍ମୃତିଙ୍କ ପରିବାର ପକ୍ଷରୁ ଗୋଳନ୍ଥରା ଥାନାରେ ଅଭିଯୋଗ ଦାଖଲ କରାଯାଇଛି। ପରିବାରର ଅଭିଯୋଗ ଅନୁସାରେ, ସ୍ମୃତିଙ୍କର ବିଶ୍ୱଜିତ ଜେନା ନାମକ ଜଣେ ଛାତ୍ରଙ୍କ ସହ ପ୍ରେମ ସମ୍ପର୍କ ଥିଲା। ଏହି ସମ୍ପର୍କକୁ କେନ୍ଦ୍ର କରି ଏହା ଏକ ପ୍ରେମ ଜନିତ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ପରିବାର ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି।
ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର ପ୍ରକୃତ କାରଣ ପୋଷ୍ଟମର୍ଟମ ରିପୋର୍ଟ ଓ ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ। ଘଟଣାକୁ ନେଇ କଲେଜ ପରିସର ଓ ଅଞ୍ଚଳରେ ଶୋକ ଓ ଚାଞ୍ଚଲ୍ୟ ଖେଳିଯାଇଛି।
ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ ଜାଗୃତି ଖବର ।
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0