ଶେରଗଡ଼ ବ୍ଲକରେ ତିନିଦିନିଆ 'ଲକ୍ଷପତି ଦିଦି' କର୍ମଶାଳା ଓ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ।
ଶେରଗଡ଼ ବ୍ଲକରେ ତିନିଦିନିଆ 'ଲକ୍ଷପତି ଦିଦି' କର୍ମଶାଳା ଓ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ।
ଶେରଗଡ଼, ୦୫/୦୮ (ରିପୋର୍ଟର - ବାପୁନି ସେଠୀ): ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକଠାରେ ବ୍ଲକ ସ୍ତରୀୟ ତିନିଦିନିଆ 'ଲକ୍ଷପତି ଦିଦି' କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ସହ ଅନୁଷ୍ଠିତ ହୋଇଯାଇଛି।
ଶେରଗଡ଼ ବ୍ଲକ ଅଧ୍ୟକ୍ଷ ଶ୍ରୀ କୃଷ୍ଣ ଚନ୍ଦ୍ର ନାୟକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ।
ଶେରଗଡ଼ ମହିଳା ଓ ଶିଶୁ ବିକାଶ ବିଭାଗ, ଓଡ଼ିଶା ଜୀବିକା ମିଶନ ଏବଂ ଭାଷା ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।
ବ୍ଲକ ମହିଳା ଓ ଶିଶୁ ବିକାଶ ଅଧିକାରିଣୀ ଶ୍ରୀମତୀ ମାମତାଞ୍ଜଳି ପଣ୍ଡାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଶତାଧିକ ସ୍ୱୟଂ ସହାୟକ ଗୋଷ୍ଠୀ (SHG) ର ପ୍ରତିନିଧିମାନେ ଯୋଗ ଦେଇଥିଲେ।
ମହିଳାମାନେ ନିଜ ନିଜ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଉତ୍ପାଦଗୁଡ଼ିକୁ ବ୍ଲକ ପରିସରରେ ବିକ୍ରିବଟା କରିବା ସହ ପ୍ରଦର୍ଶିତ କରିଥିଲେ।
ମୁଖ୍ୟ ଅତିଥି ଶ୍ରୀ ନାୟକ ମହିଳାମାନଙ୍କୁ ବିଭିନ୍ନ ଜୀବିକା ମୂଳକ କାର୍ଯ୍ୟରେ ସାମିଲ ହୋଇ ନିଜକୁ ସ୍ୱାବଲମ୍ବୀ କରିବା ପାଇଁ ଆହ୍ୱାନ ଦେଇଥିଲେ। ଏହି ଅବସରରେ 'ଲକ୍ଷପତି ଦିଦି' ଯୋଜନାର ମୂଳ ଉଦ୍ଦେଶ୍ୟ, ମହିଳା ସଶକ୍ତୀକରଣ, ରୋଜଗାର ପନ୍ଥା ଏବଂ ଆତ୍ମନିର୍ଭରଶୀଳତା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା ।
ତିନିଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ଆୟୋଜିତ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇ ଉତ୍ସାହିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ସି.ଆର୍.ପି. (CRP), ଏମ୍.ବି.କେ. (MBK) ଏବଂ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।
What's Your Reaction?
Like
1
Dislike
0
Love
0
Funny
0
Angry
0
Sad
0
Wow
0